ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୦ ଦିନ ଅଧିକ ମିଳିବ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।

Related Articles

Leave a Reply

Your email address will not be published.

Back to top button