ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ଉପହାର ସାମଗ୍ରୀ ଯୋଗାଇବେ ସରକାର

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଉପହାର ସାମଗ୍ରୀ ଯୋଗାଇବେ ସରକାର। ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ କାର୍ଯ୍ୟରତ ଉତ୍କଳିକା ସହ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁମାନଙ୍କର ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ପ୍ରତି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ କନ୍ୟାମାନେ ଶାଢୀ, ଚୁଡ଼ି, ପାଉଁଜି, ବିନ୍ଦି ଓ ଅନ୍ୟାନ୍ୟ ଘରୋଇ ବ୍ୟବହାର ସାମଗ୍ରୀ ଭଳି ବିବାହ ଆବଶ୍ୟକୀୟ ସାମଗ୍ରୀ ପାଇବେ, ଯାହା ଉତ୍କଳିକା ମାଧ୍ୟମରେ ହିତାଧିକାରୀମାନଙ୍କୁ ଯୋଗାଇ ଦିଆଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button