ଅଗଷ୍ଟ ୧୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।  ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button