ଆସନ୍ତା ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତା ସୋମବାର ଅଗଷ୍ଟ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ମାଧ୍ୟମରେ ଜଣାଇଦିଆଯିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।