ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସ୍କୁଲ ଛାତ୍ରଛାତ୍ରୀ ଓ ସ୍ଥାନୀୟ ବାସିନ୍ଦାଙ୍କ ଗ୍ରହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମର ଆଜି ଥିଲା 130 ତମ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ସ୍କୁଲ ପରିସରରେ ଏହି କାର୍ଯ୍ୟକ୍ରମ ଶୁଣିବା ସହିତ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ପ୍ରେରଣାଦାୟୀ ଦିଗ ସମ୍ପର୍କରେ ବୁଝାଇଥିଲେ। ଏଥି ସହିତ ଷ୍ଟାର୍ଟଅପ କ୍ଷେତ୍ରରେ ଭାରତ ବର୍ଷର ସଫଳତା ବିଷୟରେ ଆଲୋକପାତ କରି ପିଲା ମନକୁ ସବୁବେଳେ ନବସୃଜନ ଉପରେ ଗୁରୁତ୍ୱ ଦେବା ପାଇଁ ଉପଦେଶ ଦେଇଥିଲେ ।ଆଜିର ମନ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ସମ୍ମୁଖରେ ରଖିଥିବା ତାଙ୍କର ପ୍ରତ୍ୟେକ ପ୍ରେରଣାଦାୟୀ ବିଚାର ସମ୍ପର୍କରେ ପିଲା ମାନକ ସହ ମୁଖ୍ୟମନ୍ତ୍ରୀ ସଵିସ୍ତୃତ ଆଲୋଚନା କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button