ଟ୍ରାଫିକ ପୋଲିସରେ ୨ ହଜାର ନୂତନ ପଦବୀ ସୃଷ୍ଟି: ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି। ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଲ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି।