ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆସନ୍ତାକାଲି ଲଘୁଚାପ, ୧୧ ଜିଲ୍ଲାକୁ ବର୍ଷା ସୂଚନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପି ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି (୧୦ ତାରିଖ) ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହା ସହିତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଏହି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button