ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ

ନୂଆଦିଲ୍ଲୀ : ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ। ଭାରତୀୟ ସିନେମାରେ ତାଙ୍କର ଶ୍ରେଷ୍ଠ ଅବଦାନ ପାଇଁ ତାଙ୍କୁ ତାଙ୍କୁ ଫାଲକେ ସମ୍ମାନ ମିଳିବ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଆଗାମୀ ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ପ୍ରଦାନ କରାଯିବ। ଭାରତୀୟ ସିନେମାକୁ ମିଥୁନ ଚକ୍ରବର୍ତ୍ତୀଙ୍କ ବଳିଷ୍ଠ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯିବ। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ତାଙ୍କର ୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଦମ୍‌ଦାର ଡାଇଲଗ୍‌ ସହ ମନଲୋଭା ଅଭିନୟ ପାଇଁ ମିଥୁନ ଚକ୍ରବର୍ତ୍ତୀ ସର୍ବଦା ଲୋକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ ମଧ୍ୟ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button