କରମୁକ୍ତ ହେଲା ’ଦମନ’ ଚଳଚ୍ଚିତ୍ର

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସମାଜର ବିକାଶ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି।

Related Articles

Leave a Reply

Your email address will not be published.

Back to top button