ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି

ଭୁବନେଶ୍ବର: ଦେବଗଡ଼ ବିଧାନସଭା ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପୂର୍ବରୁ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ରୋମାଞ୍ଚ ୨୦୧୯ରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଲଢ଼ିଥିଲେ। ଅରୁନ୍ଧତୀ ଦେବୀଙ୍କୁ ବିଜେଡି ଦେବଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଓ ଦଳରେ ଥିବା ତାଙ୍କର ସମର୍ଥକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଶୁଣାଯାଉଥିଲା, ଗତ ୫ ବର୍ଷ ଧରି ଦେବଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନକୁ ଯାଇ ଲୋକ ସଂପର୍କକୁ ମଜବୁତ କରିଥିବା ରୋମାଞ୍ଚ ରଞ୍ଜନ ବିଶ୍ୱାଳ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛନ୍ତି। ତେବେ ଏସବୁ ଭିତରେ ତାଙ୍କୁ ପୁଣି ଥରେ ପ୍ରାର୍ଥୀ କରାଯାଇଛି।

Related Articles

Leave a Reply

Your email address will not be published.

Back to top button