ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ରବିବାର ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଅବପାତଟି ଗୋପାଳପୁରଠାରୁ ୨୬୦ କିଲୋମିଟର ଦୂର ପୂର୍ବ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ଅବପାଦର ରୂପ ନେଇଛି। ଏହା ପରେ ଅବପାତ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ। କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳ ସତର୍କତା ଜାରି କରାଯାଇଛି।

Related Articles

Leave a Reply

Your email address will not be published.

Back to top button