ନିମାପଡ଼ାରୁ ବଳଙ୍ଗାକୁ ସଂଯୋଗ କରୁଥିବା ନୂଆ ରାସ୍ତାପାଇଁ ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିମାପଡ଼ାରୁ ବଳଙ୍ଗାକୁ ସଂଯୋଗ କରୁଥିବା ନୂଆ ରାସ୍ତାପାଇଁ ଶିଳାନ୍ୟାସ କରିଛନ୍ତି। ନିମାପଡ଼ା ଏନଏସି ଅଧୀନ ବ୍ଲକ ଛକଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ୩୬ କୋଟି ୯୫ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ କରାଯିବା ନେଇ ପୂର୍ତ୍ତବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ସାରିବା ପାଇଁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ଦିନରେ ପିପିଲିରୁ ନିମାପଡ଼ା ଏବଂ ଚାରିଛକରୁ କୋଣାର୍କ ରାସ୍ତା ପ୍ରଶସ୍ତିକରଣ ପାଇଁ ୫ଶହ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ପରେ ନିମାପଡ଼ା ବ୍ଲକ ସମ୍ମିଳନୀ କକ୍ଷଠାରେ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ବୈଠକରେ ଉପମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଏଥିରେ ବିଦ୍ୟାଳୟର ଭିତ୍ତିଭୂମି, ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ସମସ୍ୟାକୁ ନେଇ ଆଲୋଚନା ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button