ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗର ୩୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଥିଲେ। ଏହି ଅବସରରେ ପରିବାର କଲ୍ୟାଣ, ସ୍ୱାସ୍ଥ୍ୟ ସଂସଦୀୟ ବ୍ୟାପାର ତଥା ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ ଓ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ସ୍ୱାଇଁ, ଏବଂ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀଙ୍କ କରକମଳରେ ଆୟୋଗର ବାର୍ଷିକ ରିପୋର୍ଟ, ନ୍ୟୁଜଲେଟର ‘ବିଜୟିନୀ’, ପାସପୋର୍ଟ ଟୁ ଓମେନ ଏମପାୱାରମେଣ୍ଟ’ ଏବଂ ନୂତନ ୱେବସାଇଟ୍ ଉନ୍ମୋଚିତ ହୋଇଥିଲା। ଏହା ସହିତ ସଫଳ ମିଳନ ହୋଇଥିବା ଦମ୍ପତିଙ୍କୁ ନେଇ ଏକ ସଂକଳନ ‘ପୁନର୍ମିଳନ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ଯେ ରାଜ୍ୟ ସରକାର କେବଳ ମହିଳା ବିକାଶ ନୁହେଁ, ବରଂ ‘ମହିଳା-ନେତୃତ୍ୱାଧୀନ ବିକାଶ’ ଆଦର୍ଶରେ ବିଶ୍ୱାସ କରନ୍ତି। ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ଅପରାଧ ଏବଂ ଲିଙ୍ଗଗତ ବୈଷମ୍ୟକୁ ସମ୍ପୂର୍ଣ୍ଣ ରୂପେ ଦୂର କରି ସେମାନଙ୍କୁ ଉଚିତ ନ୍ୟାୟ ପ୍ରଦାନ କରିବା ଉପରେ ଗୁରୁତୱାରୋପ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button