ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ

ଭୁବନେଶ୍ବର: ରାଜ୍ୟରେ ପୁଣି ଜଣେ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସମ୍ବଲପୁର କାଡ଼ା (CADA) ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଜୋରଦାର ତଲାସୀ ଜାରି ରହିଛି। ଆୟ ବହିର୍ଭୁତ ସମ୍ପତ୍ତି ରଖିବା ଅଭିଯୋଗରେ ସମ୍ବଲପୁର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ଉ କରାଯାଉଛି। ଏହି ବଡ଼ଧରଣର ଅପରେସନରେ ଭିଜିଲାନ୍ସ ବିଭାଗର ୪ ଜଣ ଡିଏସପି, ୧୩ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି। ସମ୍ବଲପୁର, କଟକ, ବାଲେଶ୍ୱର ଏବଂ ମାଲକାନଗିରି ଜିଲ୍ଲାରେ ଥିବା ପଦ୍ମଲୋଚନଙ୍କ ସମ୍ପର୍କୀୟଙ୍କ ଘର ଓ ସରକାରୀ ବାସଭବନକୁ ମିଶାଇ ସମୁଦାୟ ୭ଟି ସ୍ଥାନରେ ଏହି ଖୋଳତାଡ଼ ଚାଲିଛି। ଏପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ଚଢ଼ଉ ଶେଷ ହେବା ପରେ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ।

Related Articles

Leave a Reply

Your email address will not be published. Required fields are marked *

Back to top button