ଏରସମା ବିଡିଓଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ

ଭୁବନେଶ୍ୱର: ରାଉରକେଲାର ପୂର୍ବତନ ତହସିଲଦାର ତଥା ବର୍ତ୍ତମାନ ଜଗତସିଂହପୁର ଜିଲ୍ଲା ଏରସମାର ବିଡିଓ ଥିବା କୈଳାସ ଚନ୍ଦ୍ର ବେହେରାଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୁଳ ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି। ଏହା ସହିତ ତାଙ୍କୁ ୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।୨୦୧୯ରେ ଜଣେ ବ୍ୟକ୍ତିଙ୍କ ଲିଜ୍ ଜମିକୁ ପ୍ରତ୍ୟାହାର କରି ନନେବା ତଥା ତାଙ୍କ ବିରୋଧରେ କୌଣସି ପ୍ରକାର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୈଳାସ ଚନ୍ଦ୍ର ବେହେରା ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ଅଭିଯୋଗକାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

Related Articles

Leave a Reply

Your email address will not be published.

Back to top button