ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ପରିମଳ କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ହରିୟାଣାର ନୁହସ୍ଥିତ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯେଉଁଥିରେ ୬ ପରିମଳ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଜିଲ୍ଲାରେ ଘଟିଥିବା ଏହି ଦୁଃଖଦ ସଡ଼କ ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଥିଲା। ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଫିରୋଜପୁର ଝିରକା ପୋଲିସ ଷ୍ଟେସନ ସୀମା ଅନ୍ତର୍ଗତ ଇବ୍ରାହିମବାସ ଗ୍ରାମ ନିକଟରେ ଏକ ଦ୍ରୁତ ଗତିରେ ଆସୁଥିବା ପିକଅପ୍ ଗାଡିଟି ପରିମଳ କର୍ମଚାରୀଙ୍କୁ ଧକ୍କା ଦେଇଥିଲା। ଯେଉଁଥିରେ ୬ ପରିମଳ କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button