ହୋଲିରେ ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ ପାରଦ। ଗତକାଲି ଅପେକ୍ଷା ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବଢିଛି ତାତି। ଦିନ ସାଢେ ୧୧ଟା ସୁଦ୍ଧା ୬ଟା ସହରରେ ୩୫ ଡିଗ୍ରୀ ଡେଇଁଲା ତାପମାତ୍ରା । ଝାରସୁଗୁଡ଼ାରେ ସାଢେ ୧୧ଟା ସୁଦ୍ଧା ୩୬.୬ ଡିଗ୍ରୀ ଛୁଇଁଲା ତାପମାତ୍ରା । ସେହିପରି କେନ୍ଦୁଝରରେ ୩୬ ଡିଗ୍ରୀ ଛୁଇଁଛି ଦିନ ତାପମାତ୍ରା । ଆସନ୍ତା ୪ ଦିନ ଆହୁରି କଲବଲ କରିବ । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା । ହୋଲିରେ ପଶ୍ଚିମ ଓଡ଼ିଶାରେ ୪୨ ଓ ଉପକୂଳ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ୪ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ପାଇଁ ୪ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ । ଆସନ୍ତା ୩ ଦିନ ଅର୍ଥାତ୍ ୧୪, ୧୫ ଏବଂ ୧୬ ତାରିଖରେ ପ୍ରବଳ ଖରା ନେଇ ୟେଲୋ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ରେ ପ୍ରବଳ ଖରା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ରେ ସୁନ୍ଦରଗଡ଼, ସୋନପୁର, ଅନୁଗୁଳ, ବରଗଡ଼ ଓ ମଯୂରଭଞ୍ଜକୁ ଏବଂ ୧୬ରେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼ ଓ ମଯୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪ରୁ ୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Related Articles

Leave a Reply

Your email address will not be published. Required fields are marked *

Back to top button