ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗ ଦେଇଥିଲେ। ମେଟ୍ରୋ ରେଳ ପ୍ରକଳ୍ପ ଗମନାଗମନ କ୍ଷେତ୍ରରେ ନୂତନ ରୂପାନ୍ତରଣ ହେବ ବୋଲି ମତ ପ୍ରକାଶ ପାଇଥିଲା। ଏହି ମହତ୍ବାକାଂକ୍ଷୀ ପ୍ରକଳ୍ପଟି ସଂପୂର୍ଣ୍ଣ ଭାବେ ସଫଳ ରୂପେ କାର୍ଯ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ବୟ ରକ୍ଷା କରାଯାଇପାରିବ ସେଥିନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button