କେନ୍ଦୁପତ୍ରରୁ ହ୍ରାସ ପାଇଲା ଜିଏସଟି

ନୂଆଦିଲ୍ଲୀ: ଗତକାଲି ଜିଏସଟି ପରିଷଦ ବୈଠକରେ ବହୁ ସାମଗ୍ରୀ ଉପରୁ ଜିଏସଟି ହ୍ରାସ କରିଯାଇଛି। ଏହି ଘୋଷଣା କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦୁପତ୍ରରୁ ଜିଏସଟି ହ୍ରାସ ଓଡିଶା ପାଇଁ ବେଶ ସହାୟକ ହେବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବାସ୍ଥ୍ୟ ଓ ଜୀବନ ବୀମା ଜନିତ ସେବା ଉପରୁ କର ଆଦାୟ ନକରିବାର ନିଷ୍ପତ୍ତି ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ଏହା ମଧ୍ୟବିତ୍ତ ଓ ନିମ୍ନ ଆୟକାରୀ ପରିବାରମାନଙ୍କୁ ବୀମାଭୁକ୍ତ ହେବା ନିମନ୍ତେ ଉତ୍ସାହିତ କରିବ । କେନ୍ଦୁପତ୍ର ଉପରୁ ଜିଏସଟି ହ୍ରାସ 18 ପ୍ରତିଶତରୁ 5 ପ୍ରତିଶତକୁ ହ୍ରାସ କରିବା ଆମ ରାଜ୍ୟ ତଥା ଦେଶର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଏକ ଆନନ୍ଦର ବିଷୟ । ଏହା ଦ୍ବାରା କେନ୍ଦୁପତ୍ରର ବିକ୍ରି ବଢିବ ଓ କେନ୍ଦୁପତ୍ର ତୋଳାଳିଙ୍କ ଉପାର୍ଜନ ବଢିବା ସହ ସେମାନେ ଉଚିତ ମୂଲ୍ୟ ପାଇବେ । ଏହା ଦ୍ବାରା ରାଜ୍ୟର ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା କେନ୍ଦୁପତ୍ର ତୋଳାଳିମାନେ, କେନ୍ଦୁପତ୍ର କିଣୁଥିବା ସରକାରୀ ସଂସ୍ଥାମାନଙ୍କ ପାଖରୁ ସଠିକ ସମୟରେ ସଠିକ ମୂଲ୍ୟ ପାଇ ପାରିବେ ।

Related Articles

Leave a Reply

Your email address will not be published. Required fields are marked *

Back to top button