ପୁଲିସ ଏସ୍ଆଇ ଜାଲିଆତି ପ୍ରସଙ୍ଗ: ୨ଜଣଙ୍କୁ ଜେରା

ଭୁବନେଶ୍ୱର: ପୁଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ଜାଲିଆତି ପ୍ରସଙ୍ଗ । କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ୨ଜଣଙ୍କୁ ଜେରା କରାଯାଉଛି , ଏହାସହ ଚାଲିଛି ଲମ୍ବା ତାଲିକା ପ୍ରସ୍ତୁତ । ଦୁଇ ଜଣଙ୍କୁ କଟକ କ୍ରାଇମବ୍ରାଞ୍ଚରେ ଜେରା କରୁଛି କ୍ରାଇମବ୍ରାଞ୍ଚ ଟିମ୍ , ଆଗକୁ ମିଳିପାରେ ଆଉ କିଛି ଲିଙ୍କ୍ । କ୍ରାଇମବ୍ରାଞ୍ଚ ସ୍କାନରରେ ଏକାଧିକ ଦଲାଲ ରହିଛନ୍ତି । ସେପଟେ ବ୍ରହ୍ମପୁର ଜେଲରେ ଗିରଫ ଆଶାୟୀଙ୍କ ପରିବାର ଲୋକଙ୍କ ଭିଡ଼ । ଜେଲରେ ପୁଅ, ଝିଅକୁ ଭେଟିବାକୁ ଆସିଛନ୍ତି ପରିବାର ଲୋକ । ଗତ ୧ ତାରିଖରେ ଗିରଫ ହୋଇଥିଲେ ୧୧୪ ଆଶାୟୀ । ଆଶାୟୀଙ୍କୁ ଛାଡ଼ି ଦଲାଲଙ୍କୁ ଧରିବାକୁ ପରିବାର ଲୋକଙ୍କ ଦାବି କରିଛନ୍ତି । ଆନ୍ଧ୍ରପ୍ରଦେଶ ଯାଉଥିବାବେଳେ ସୀମାରୁ ଆଶାୟୀ ଓ ୩ ଦାଲଲଙ୍କୁ ଧରିଥିଲା ବ୍ରହ୍ମପୁର ପୁଲିସ ।