୭ ଦିନ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାର ସତକର୍ତାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କଳାହାଣ୍ଡି ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୫୦ରୁ ୬୦କିମି ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଓ ବାଲେଶ୍ୱର ଏହି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦କିମି ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସୂଚନା ଦେଇଛି ବିଭାଗ । ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ଉପକୂଳବର୍ତ୍ତୀ ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ମାଲକାନଗିରି , ସୁନ୍ଦରଗଡ଼ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ସତକର୍ତାକୁ ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ବିଭାଗ । ଏହି ସବୁ ଜିଲ୍ଲାରେ ୩୦ରୁ ୪୦ କିମି ଝଡ଼ ପବନର ସତକର୍ତା ରହିଛି । ସେହିପରି ୧୩ ତାରିଖରେ ମଧ୍ୟ କିଛି କିଛି ସ୍ଥାନେର ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ପୁରୀକୁ ୟେଲା ୱାର୍ଣ୍ଣିଂ ଜାରି କରିଛି ବିଭାଗ । ୧୪ରେ ବର୍ଷାର ପରିମାଣ ବଢିବା ସହ ୧୭ ଯାଏ ବର୍ଷା ଜାରି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ସେପଟେ ୪ରୁ ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବତ୍ତର୍ନ ହେବାର ନାହିଁ ।୧୩ ଓ ୧୪ ତାରିଖରେ ୱାର୍ଣ୍ଣିଂ ନଥିଲେ ବି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଆସନ୍ତା ୧୬ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୫ ଦିନରେ ତାପମାତ୍ରାରେ ବେିଶଷ ପରିବର୍ତ୍ତନ ହେବାର ନାହିଁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆରେ ୬୮.୦୦ ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି । ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button