IAS ନିକୁଞ୍ଜ ଧଳ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ  କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ  ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ । ସେପଟେ ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍‌ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି । ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍‌ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button