ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟର ପ୍ରଭାବ: ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି। ଏଥିସହ ମୌସୁମୀ ପ୍ରବାହ ଅଳ୍ପ କିଛି ଅଂଶରେ ସକ୍ରିୟ ରହିଥିବାରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ବିଶେଷକରି ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଅଳ୍ପକିଛି ଅଞ୍ଚଳରେ ବଡ ଧରଣର ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଓ ଭିନ୍ନ ଭିନ୍ନ ସମୟରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ସ୍ଥାନରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟଳୟ ପକ୍ଷରୁ ପ୍ରକାଶ।