ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା: ଉତ୍ତର ଓ ପଶ୍ଚିମ ଓଡ଼ିଶାକୁ ‘ୟେଲୋ ୱାର୍ଣ୍ଣିଂ’

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟସାରା ଲଗାଣ ବର୍ଷା ଜାରି ରହିଛି। ଆଜି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଏକାଧିକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏଥିସହ ପ୍ରଶାସନ ପକ୍ଷରୁ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନବରତ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀନାଳ ଫୁଲିବା ସହ ବହୁ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷ କରି ପୁରୀ ଜିଲ୍ଲା କାକଟପୁର ବ୍ଲକର ଏକାଧିକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଚାଷ ଜମିରେ ପାଣି ଜମି ରହିଥିବାରୁ ଚାଷୀଙ୍କ ମଧ୍ୟରେ ସୃଷ୍ଟି ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button