ଓଡିଶାରେ କୃଷକ କଲ୍ୟାଣ ସମ୍ପର୍କିତ ପ୍ରସଙ୍ଗ: କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡିଶାରେ ଧାନ କ୍ରୟ ଏବଂ କୃଷକ କଲ୍ୟାଣ ସମ୍ପର୍କିତ ପ୍ରମୁଖ ପ୍ରସଙ୍ଗ ଉପରେ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ବିସ୍ତୃତ ଆଲୋଚନା ହୋଇଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ରାଜ୍ୟର ସାଂସଦଗଣ ଉପସ୍ଥିତ ଥିଲେ। ଅନ୍ନଦାତାମାନଙ୍କୁ ସଶକ୍ତ କରିବା, ସେମାନଙ୍କ ସ୍ୱାର୍ଥରକ୍ଷା କରିବା ଏବଂ ଓଡିଶାର ଚାଷୀଙ୍କୁ ସବୁ ପ୍ରକାର ସହାୟତା ଓ ସୁରକ୍ଷା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ପରିଚାଳିତ ଏନଡିଏ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।