ବିଜେପିରେ ମିଶିଲେ କଳାହାଣ୍ଡିର ନେତା ପୁଷ୍ପେନ୍ଦ୍ର ସିଂହଦେଓ

ଭୁବନେଶ୍ବର: ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ ବିଜେପିରେ ଯୋଗଦେଇଛନ୍ତି। ତାଙ୍କ ସହିତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟ ଏବଂ କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ କୁନି ସାହୁ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ନୂଆପଡା ଜିଲ୍ଲାର ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀ ମାଲ୍ୟବନ୍ତ ସୁନା, ମୁରଲୀଧର ଭୋଇ, ଉମା ଠାକୁର ଏବଂ କୋମନା ବ୍ଲକ ବିଜେଡି ସଭାପତି କ୍ଷମାସିଂହ ନିଆଲ ଓ ବରିଷ୍ଠ କଂଗ୍ରେସ ନେତା ତଥା ଜିଲ୍ଲା ସାଧାରଣ ସଂପାଦକ ବୃନ୍ଦାବନ ମହାନନ୍ଦ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button