ରାଜ୍ୟରେ କାଳବୈଶାଖୀର ତାଣ୍ଡବ: ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, କୁଆପଥର ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଭିନ୍ନ ସ୍ଥାନରେ ବର୍ଷା ହେବା ଫଳରେ ସାଧାରଣ ଜନଜୀବନରେ ଶୀତଳତା ଅନୁଭୂତ ହେଉଛି।  ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନାଗିରି ଏବଂ ନବରଙ୍ଗପୁର। ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ କୁଆପଥର ବର୍ଷା ଏବଂ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟପଟେ, ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ପାଇଁ ‘ୟେଲୋ ଆଲର୍ଟ’ ଜାରି କରାଯାଇଛି। ଆସନ୍ତାକାଲି ଉପକୂଳ, ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ପ୍ରାୟ ୨୩ଟି ଜିଲ୍ଲାରେ ବର୍ଷା ହେବାର ସଙ୍କେତ ମିଳିଛି। ୫ ତାରିଖ ବେଳକୁ ସାରା ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ, ଯାହା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ କାଳବୈଶାଖୀର ପ୍ରଭାବ ଜାରି ରହିବ। ଝଡ଼ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଏବଂ ବିଜୁଳି ମାରିବା ବେଳେ ଗଛ ତଳେ ଆଶ୍ରୟ ନନେବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button