ରାଜଗାଙ୍ଗପୁରରେ ରେଲ୍ ଓଭରବ୍ରିଜ ନିର୍ମାଣ ହେବ ତ୍ବରାନ୍ବିତ: ଆବଶ୍ୟକ ଜମି ସିଧାସଳଖ ଲୋକଙ୍କ ଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ଵର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର‌୍ୟ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ। ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ଜଙଈ ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ଏହି ରେଲ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button