ଓଡିଶା ଆସିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣୀକାକୁ ମଧ୍ୟ ଉନ୍ମୋଚନ କରିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ; କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ; ରାଜ୍ୟସଭା ଉପାଧ୍ୟକ୍ଷ ଶ୍ରୀ ହରିବଂଶ; ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ  ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବୋଧିତ କରିବେ। ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଓ ସଦସ୍ୟ; ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ ସମାରୋହରେ ଯୋଗଦେବେ।

Related Articles

Leave a Reply

Your email address will not be published. Required fields are marked *

Back to top button