ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା ୩୦ ମିନିଟ୍‌ରେ ଉତ୍ତର-ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏହା ସୃଷ୍ଟି ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ଏବଂ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ କେତେକ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button