ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେବାପରେ କ୍ରମଶଃ ଦୁର୍ବଳ ହୋଇପଡିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଛତିଶଗଡ ମଧ୍ୟରେ ଦୁର୍ବଳ ହୋଇପଡିଛି। କିନ୍ତୁ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ ଆଦି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର-ପଶ୍ଚିମ ଏବଂ ଉପକୂଳବର୍ତ୍ତି ଜିଲ୍ଲାଗୁଡିକରେ ବର୍ଷାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published. Required fields are marked *

Back to top button