ଜୁଲାଇ ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାରେ ଯଦିଓ ମୌସୁମୀ ଦୁର୍ବଳ ରହିଛି ବଙ୍ଗୋପସାଗରରୁ ଉପକୂଳ ଆଡକୁ ଦକ୍ଷିଣ-ପୂର୍ବ ପବନର ପ୍ରବାହ ଯୋଗୁଁ ଜୁଲାଇ ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଜି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି।ପରିବେଶରେ ପର୍ଯ୍ୟାପ୍ତ ପରିମାଣର ଜଳୀୟ ବାଷ୍ପ ରହିଥିବାରୁ ଏବଂ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଗୁଳୁଗୁଳି ଯୋଗୁଁ ମୌସୁମୀ ଦୁର୍ବଳ ହୋଇ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି ବୋଲି ଏଥିରେ କୁହାଯାଇଛି। ତେବେ ଜୁଲାଇ ୧୮ରେ ଉତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ଯୋଗୁଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ସେହି ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଧୀରେ ଧୀରେ ଘନୀଭୂତ ହୋଇ ଜୁଲାଇ ୨୦ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି। ଏହାର ପ୍ରଭାବରେ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ଉତର-ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି।

Related Articles

Leave a Reply

Your email address will not be published.

Back to top button