ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ: ସିଇସି

ଭୁବନେଶ୍ୱର: ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଣ୍ଟର ଫର୍ ଏନ୍‌ଭାଇରନ୍‌ମେଣ୍ଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଏହି ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି। ଡକ୍ଟର ସାହୁ କହିଛନ୍ତି ଯେ ଜୁନ୍ ୨ ତାରିଖ ରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସରୁ କମ୍ ଏବଂ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍ ରହିବ। ଉତ୍ତର ଆରବ ସାଗରରେ ଆଂଟିସାଇକ୍ଲୋନ୍ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button