ବାତ୍ୟାକୁ ନେଇ ପାଣିପାଗ ବିଭାଗର ସୂଚନା: ସାରା ରାଜ୍ୟରେ ୨୮ରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’କୁ ଆସିଲା ନେଇ ବଡ଼ ଅପଡେଟ୍ । କେଉଁଠି କରିବ ଲ୍ୟାଣ୍ଡଫଲ ସ୍ପଷ୍ଟ ହେଲା ଚିତ୍ର। ଆନ୍ଧ୍ର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ ସ୍ଥଳଭାଗ ଛୁଇଁବ। ୨୮ ତାରିଖ ସଂଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ କରିପାରେ। କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ।ଆଞ୍ଚଳିକ ପାଣିପାଗ କେନ୍ଦ୍ରର ତେବେ ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ। ୨୭ ତାରିଖ ସକାଳେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବାତ୍ୟାରେ ପରିଣତ ହେବ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ପ୍ରଦେଶ ଉପକୂଳ ଆଡ଼େ ମୁହାଁଇବ। ୨୮ ତାରିଖ ବେଳକୁ ଭୀଷଣ ବାତ୍ୟାର ରୂପ ନେବ ‘ମନ୍ଥା’ । ଦକ୍ଷିଣ ଓଡିଶାରେ ୬୦ରୁ ୭୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତି ପୁରୀ, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରେ ୫୦ରୁ ୭୦ କିମି ପବନ ବହିପାରେ। ଏ ନେଇ ଆଞ୍ଚଳିକ ପାଣିପାଗ ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button