ସୋନପୁରରେ ଗଡ଼ିଲା ରେଳ, ଶୁଭାରମ୍ଭ କଲେ ମୋଦୀ

ଭୁବନେଶ୍ୱର: ଦେଶର ରେଳ ମାନଚିତ୍ରରେ ଯୋଡ଼ି ହେଲା ସୋନପୁର । ଗଡ଼ିଲା ପୁରୀ-ସୋନପୁର-ପୁରୀ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପତକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ପ୍ରଥମେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମ କ୍ୟାମ୍ପସ ପରିସରରେ ପହଞ୍ଚି ବିଧିବଦ୍ଧଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଥିଲେ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ଉପସ୍ଥିତ ଥିଲେ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ  ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଆସି  ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ମନ୍ତ୍ରୀ ସାରଦା ନାଏକ, ସାଂସଦ ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଓ ସ୍ଥାନୀୟ ପ୍ରଶାସନ ଦ୍ୱାରା ଭବ୍ୟ ସ୍ୱାଗତ କରାଯାଇଥିଲା । ପରେ ସେ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ ।

Related Articles

Leave a Reply

Your email address will not be published.

Back to top button