ମୋକିମଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ୱର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ଓଆରଏଚଡିସି  ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କରିଛନ୍ତି କୋର୍ଟ। ମୋକିମ ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ। ହାଇକୋର୍ଟ ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ଆଶ୍ୱସ୍ତି ମିଳିଥିଲା । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ।

Related Articles

Leave a Reply

Your email address will not be published.

Back to top button