ପ୍ରାର୍ଥିପତ୍ର ଦାଖଲ କଲେ ନବୀନ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନାମାଙ୍କନ ଭରିବା ପୂର୍ବରୁ ପ୍ରଥମେ ନବୀନ  ମା’ ତାରାତାରିଣୀଙ୍କ ମନ୍ଦିର ଯାଇ ମା’ଙ୍କ ଆଶିଷ ଭିକ୍ଷା କରିଥିଲେ। ପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନ ଦାଖଲ କରିଥିଲେ।  ଏହି ସମୟରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୃବକ୍ସି ପାତ୍ର, ଆସିକା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ, ପୋଲସରା ବିଧାୟକ ପ୍ରାର୍ଥୀ, ଗଞ୍ଜାମ ଜିଲ୍ଲାର ତୁଙ୍ଗ ନେତା ଓ ବିଧାୟକ ପ୍ରାର୍ଥୀମାନେ ଉପସ୍ଥିତ ରହିଥିଲେ। ୨୦୦୦ ମସିହାରୁ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ନବୀନ କ୍ରମାଗତ ବିଜୟଲାଭ କରି ଆସୁଛନ୍ତି। ଚଳିତ ନିର୍ବାଚନରେ ନବୀନ ପୁଣିଥରେ ହିଞ୍ଜିଳିରୁ ପାର୍ଥୀ ହୋଇଛନ୍ତି। ଓଡ଼ିଶାରେ ଦ୍ବିତୀୟ ପର୍ୟ୍ୟାୟରେ ଆସ୍କା ସମେତ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମେ’ ୨୦ ତାରିଖରେ ମତଦାନ ହେବ। ଏଥିଲାଗି ଗତ ୨୬ ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି।

Related Articles

Leave a Reply

Your email address will not be published.

Back to top button