ଟସ ଜିତି ବ୍ୟାଟିଂ ପାଇଁ ଭାରତକୁ ଆମନ୍ତ୍ରଣ କଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ: ଆଜି ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଉଛି। ନ୍ୟୁଜିଲ୍ୟାଣ୍ଡ ଟସ ଜିତି ଭାରତକୁ ବ୍ୟାଟିଂ କରିବା ପାଇଁ ଆମନ୍ତ୍ରଣ କରିଛି। ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ହର୍ଷିତ ରାଣାଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ମିଳିଛି। ତେବେ ଭାରତୀୟ ଦଳରେ ଆଜି ଚାରି ସ୍ପିନରଙ୍କୁ ଦେଖିବାକୁ ମିଳିବ।
ଭାରତର ଖେଳାଳି ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ସର ପଟେଲ, କେ.ଏଲ୍ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ।
ନ୍ୟୁଜିଲ୍ୟାଣ୍ଡର ଖେଳାଳି ଏକାଦଶ: ୱିଲ୍ ୟଙ୍ଗ୍, ରଚିନ୍ ରବିନ୍ଦ୍ର, କେନ୍ ୱିଲିୟମ୍ସନ୍, ଡାରିଲ୍ ମିଚେଲ, ଟମ୍ ଲାଥାମ୍, ଗ୍ଲେନ୍ ଫିଲିପ୍ସ, ମାଇକେଲ ବ୍ରେସୱେଲ, ମିଚେଲ ସାଣ୍ଟନର୍ (ଅଧିନାୟକ), ମ୍ୟାଟ ହେନେରୀ, କାଇଲ ଜାମିସନ, ୱିଲିୟମ ଓ’ରକେ।