ନୂଆପଡ଼ା ଉପ-ନିର୍ବାଚନ: ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ଵର: ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବହାଦୁର ଖୁରାନିଆ ଆଜି ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି।ଡିଜିପି ଶ୍ରୀ ଖୁରାନିଆ ଏକ ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ନିର୍ବାଚନ ଆଚରଣ ବିଧିର କଡାକଡି ଅନୂପାଳନ ଏବଂ ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତର ନିର୍ବାଚନ ଆୟୋଗ (ECI) ର ନିର୍ଦ୍ଦେଶାବଳୀକୁ ଅନୁସରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେ ଆହୁରି ମଧ୍ୟ ଦଫା ୧୧୦/୧୦୭ Cr.P.C. ଅନୁଯାୟୀ ସନ୍ଦିଗ୍ଧ ବ୍ୟକ୍ତିବିଶେଷଙ୍କୁ ଗିରଫ କରିବା, ବେଆଇନ ଟଙ୍କା କାରବାରକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଓ ବେଆଇନ ମଦ ଜବତ କରିବା ଏବଂ ପଡ଼ି ରହିଥିବା ୱାରେଣ୍ଟ (NBWs) କୁ ସଂପୃକ୍ତ ବ୍ୟକ୍ତି ବିଶେଷଙ୍କ ଉପରେ ତାମିଲ କରିବା ସମେତ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗୁଡ଼ିକୁ ତୀବ୍ର କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଅତିରିକ୍ତ ଡିଜିପି (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର ମୋବାଇଲ୍ ପେଟ୍ରୋଲିଙ୍ଗ ଏବଂ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ର କାର୍ଯ୍ୟକୁ ବଢ଼ାଇବା ଏବଂ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରବେଶ ପଥରେ ନାକା ପୋଷ୍ଟ ସ୍ଥାପନ କରି ସନ୍ଦିଗ୍ଧ ବ୍ୟକ୍ତି ବିଶେଷ ଓ ଗଦି ମାନଙ୍କର ପୁଙ୍ଖାନୁପୁଙ୍ଖ ଯାଞ୍ଚ ଉପରେ ଗୁରୁତ୍ୱ ଦେଇଥିଲେ। ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ କୋଚେ ଉପ-ନିର୍ବାଚନ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଗୁଇନ୍ଦା ତଥ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ଡିଆଇଜିପି ଓ ଏସପିଙ୍କୁ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବାକୁ ପରାମର୍ଶ ଦେଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button