ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ

ଭୁବନେଶ୍ବର: ଜଗନ୍ନାଥ ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ଓହରିଛି ଓଏଏସ ସଂଘ। ଏ ନେଇ ସଂଘ ତରଫରୁ ଘୋଷଣା କରାଯାଇଛି। ଆସନ୍ତାକାଲି ସେମାନେ ସମସ୍ତେ କାର୍ଯ୍ୟରେ ଯୋଗଦେବେ ବୋଲି କହିଛନ୍ତି। ଜଗା ପ୍ରଧାନଙ୍କ ଗିରଫ ନେଇ ଓଏଏସ ସଂଘ ଅଡିବସିଥିଲା। ଯେ ପର୍ଯ୍ୟନ୍ତ ତାଙ୍କୁ ଗିରଫ ନ କରାଯାଇଛି, ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରୀ ରହିବ ବୋଲି କୁହାଯାଇଥିଲା। ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ତାଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଏଥିସହ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏହା ପୂର୍ବରୁ ୫ ଜଣ ବିଜେପି ନେତାଙ୍କୁ ପୋଲିସ ଗିରଫ କରିଥିଲା। ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଜଗନ୍ନାଥ ପ୍ରଧାନ ଡିସିପି କାର୍ଯ୍ୟାଳୟ ପହଞ୍ଚି ଆତ୍ମସମର୍ପଣ କରିଥିଲେ। ଏଠାରେ ତାଙ୍କୁ ପୋଲିସ ଗିରଫ କରିଛି। ସ୍ଵାସ୍ଥ୍ୟ ଯାଞ୍ଚ ପାଇଁ କ୍ୟାପିଟାଲ୍ ହସ୍ପିଟାଲ ନିଆଯାଇଥିଲା। ଏହା ପରେ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲ।। ଜାମିନ ନାମଞ୍ଜୁର ପରେ ଜଗନ୍ନାଥଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଛି। ଜଗା ପ୍ରଧାନଙ୍କ ବିରୋଧରେ ୧୧ଟି ଦଫା ଲାଗିଛି। ଭାରତୀୟ ନ୍ୟାୟ ସଂହିତା(ବିଏନଏସ) ଦଫା ଗୁଡ଼ିକ ହେଲା ୩୩୩, ୧୩୨, ୧୨୧(୧), ୧୨୧(୨), ୩୫୧(୨) ୬୨, ୩୦୪, ୫୪, ୬୧(୨), ୧୮୯(୨), ୧୯୦/୩(୫)।

Related Articles

Leave a Reply

Your email address will not be published. Required fields are marked *

Back to top button