ମାଲେସିଆ ଯିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ ଏବଂ କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ କରିବେ ଚାଷୀ ଏବଂ କୃଷି ଅଧିକାରୀ । ଛତୁ ଉତ୍ପାଦନ, ଆଧୁନିକ ପ୍ରଣାଳୀରେ ଉନ୍ନତ ଉଦ୍ୟାନ କୃଷି ଏବଂ ଜଳବାୟୁ ସହନଶୀଳ କୃଷି ପଦ୍ଧତି ଜାଣିବା ପାଇଁ ମଧ୍ୟ ସେଠାରେ ସୁଯୋଗ ମିଳିବ। କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଦ୍‌ଘାଟନ କରିଛନ୍ତି । ରାଜ୍ୟରେ କୃଷିଜାତ ଦ୍ରବ୍ୟର ଉତ୍ପାଦନ ଓ ବ୍ୟବସାୟକୁ ଦ୍ବିଗୁଣିତ କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ କରାଯାଇଛି। ମାଲେସିଆ ଗସ୍ତର ପ୍ରତି ଦିନର ରିପୋର୍ଟ ପ୍ରସ୍ତୁତ କରିବାକୁ ଚାଷୀ ଏବଂ ଅଫିସରଙ୍କୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ବିଭିନ୍ନ ଅଞ୍ଚଳର ୧୪ ଚାଷୀ ଏବଂ ୧୪ଜଣ ଅଧିକାରୀ ମାଲେସିଆ ଯିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମର ସମସ୍ତ ଦାୟିତ୍ୱ ବହନ କରିବ ନାବାର୍ଡ ଓ ବିଶ୍ୱ ବ୍ୟାଙ୍କ।

Related Articles

Leave a Reply

Your email address will not be published. Required fields are marked *

Back to top button