ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶିତ ହୋଇଛି ଓଜେଇଇ ପରୀକ୍ଷା ଫଳ। ଏହାର ପୁସ୍ତିକାକୁ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଂଜନ ଘଡାଇ ଲୋକାର୍ପଣ କରିଛନ୍ତି। ଏହି ପରୀକ୍ଷାରେ ମୋଟ ୪୮୭୮୩ ଜଣ ରାଙ୍କ୍ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଚଳିତ ବର୍ଷ ମୋଟ ୫୫୯୭୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରେ ମୋଟ ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପରୀକ୍ଷା କରାଯାଇଥିଲା। ତେବେ ଏହି ପରୀକ୍ଷାରେ ବିଭିନ୍ନ ବିଭାଗରେ ଯେଉଁମାନେ ଟପର ହୋଇଛନ୍ତି ସେମାନେ ହେଲେ, ବି.ଫାର୍ମାରେ ସୌରଭ କୁମାର ପତି, ଏଲଇ ଫାର୍ମାରେ ଶୁଭଶ୍ରୀ ମହାନ୍ତି, ଏମବିଏରେ ସତ୍ୟଜିତ୍ ସାହୁ, ଏମସିଏ.ଏମଏସସି କମ୍ପ୍ୟୁଟର ସାଇନ୍ସରେ ଅପୂର୍ବ ସୁନ୍ଦର ନାୟକ, ଏମ ଫାର୍ମାରେ ରଶ୍ମୀ ରଞ୍ଜନ ପାଣିଗ୍ରାହୀ ଟପ୍ପର ହୋଇଛନ୍ତି । ସେହିଭଳି ଏମ ଟେକ ପାଠ୍ୟକ୍ରମରେ ଥିବା ବିଭିନ୍ନ ବିଭାଗରେ ଯେପରିକି ସିଭିଲି ଇଞ୍ଜିନିୟରିଂରେ ସୁବାଷ ଚନ୍ଦ୍ର ପୃଷ୍ଟି, ଇଲେକଟ୍ରିକାଲ ଇଞ୍ଜିନିୟରିଂରେ ସତ୍ୟଜିତ ମହାନ୍ତି, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡା, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ବାୟୋଟେକ୍ନୋଲୋଜିରେ ରାହୁଲ ନାୟକ, ପ୍ଲାଷ୍ଟିକ ଇଞ୍ଜିନିୟରିଂରେ ବୈମ୍ୟୋକେଶ କାମିଲା, ଟେକ୍ସଟାଇଲ ଇଞ୍ଜିନିୟରିଂରେ ଅଙ୍କିତ ସାମଲ।

Related Articles

Leave a Reply

Your email address will not be published.

Back to top button