ଓଲଟିଲା ଯାତ୍ରୀବାହୀ ବସ, ୨୦ ଗୁରୁତର

ଭୁବନେଶ୍ବର: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ବାଲୁଗାଁ ଛେଡ଼ପଡ଼ା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ପ୍ରାୟ ୨୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ବସଟି ରାକାମାରୁ ନୟାଗଡ଼ ଅଭିମୁଖେ ଯାଉଥିବା ସମୟରେ ବାଲୁଗାଁ ଛେଡ଼ପଡ଼ା ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଦୁର୍ଘଟଣା ସମୟରେ ବସରେ ପ୍ରାୟ ୫୦ ଜଣ ଯାତ୍ରୀ ଥିବା ସୂଚନା ମିଳିଛି। ପ୍ରାୟ ୨୦ ଜଣ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବସ ଭିତରେ ଫସି ରହିଥିବା ଯାତ୍ରୀଙ୍କୁ ବାହାର କରିବାରେ ସାହାଯ୍ୟ କରିଥିଲେ। ଖବର ପାଇ ଫତେଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ତଦନ୍ତ ଜାରି ରଖିଛି।

Related Articles

Leave a Reply

Your email address will not be published. Required fields are marked *

Back to top button