ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦଳୀୟ ପତାକା ଉତ୍ତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ, ଭାରତୀୟ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଓ ଦେଶକୁ ସ୍ୱାଧୀନ କରିବାରେ ଆମ ପୂର୍ବସୂରୀମାନଙ୍କ ଅସୀମ ତ୍ୟାଗ ଓ ସେବା ପାଇଁ ଆମେ ଆଜି ଗର୍ବ କରୁଛୁ । ବହୁ ପୂର୍ବତନ ପ୍ରଧାନମନ୍ତ୍ରୀମାନେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ନାମକୁ ଟେକ ରଖିଥିବାବେଳେ ବର୍ତ୍ତମାନ ସମ୍ବିଧାନ ପ୍ରତି ବିପଦ ସୃଷ୍ଟି ହୋଇଛି ଓ ମହାତ୍ମା ଗାନ୍ଧୀଙ୍କ ନାମକୁ ପ୍ରତ୍ୟେକ ସ୍ଥାନରୁ ହଟେଇବା ପାଇଁ ଚକ୍ରାନ୍ତ ଚାଲିଛି । କିନ୍ତୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିପାରିବ ନାହିଁ ଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦେଶବାସୀଙ୍କ ପାଇଁ ତା’ର କାର୍ଯ୍ୟ ଜାରି ରଖିବ ବୋଲି ଶ୍ରୀ ଦାସ କହିଥିଲେ । ଏହି ଅବସରରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକଜୁଟ ହୋଇ ଦଳକୁ ସଶକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button