ବଢ଼ିଲା ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି  । ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି  । ସୂଚନାଯୋଗ୍ୟଯେ, ୫-ଟି ଅଧ୍ୟକ୍ଷ କାର୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଂଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ  । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତି ନେଇଛନ୍ତି  । ଏହି ନୂତନ ନିଷ୍ପତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫ ଶହ ଟଙ୍କା ପରିବର୍ତେ ୧ ହଜାର ଟଙ୍କା ମାସିକ ପେନ୍‌ସନ ପାଇବେ । ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ନିର୍ମାଣ ଶ୍ରମିକମାନେ ୭ ଶହ ଟଙ୍କା ପରିବର୍ତେ ୧୨ ଶହ ଟଙ୍କା ପାଇବେ । ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଛିଲା ଭାବେ ଲାଗୁ ହେବ  । ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ  ।

Related Articles

Leave a Reply

Your email address will not be published.

Back to top button