ସ୍ଥଗିତ ହେଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ

ଭୁବନେଶ୍ୱର: ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପରେ ପ୍ରାଣୀ ଚିକିତ୍ସକମାନେ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି । ଯେଉଁ ଦାବି ନେଇ ପ୍ରାଣୀ ଚିକିତ୍ସକମାନେ ଆନ୍ଦୋଳନ କରିଆସୁଥିଲେ ସେଗୁଡ଼ିକୁ ପର୍ଯ୍ୟାୟକ୍ରମେ ପୂରଣ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି । ଫଳରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିବା ପ୍ରାଣୀ ଚିକିତ୍ସକ ସେବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି ।  ପ୍ରକାଶ ଯେ ଗତ ମାସେ ହେଲା ପ୍ରାଣୀ ଚିକିତ୍ସକମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରିଆସୁଥିଲେ । ଫଳରେ ବିଭିନ୍ନ ସ୍ଥାନାରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ବହୁ ଜନସାଧାରଣ ନିଜ ନିଜର ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା କରାଇନପାରି ଦହଗଞ୍ଜ ହୋଇଥିଲେ ।

Related Articles

Leave a Reply

Your email address will not be published.

Back to top button