ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି। ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରିଥାଏ। ‘‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି। ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି। ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ।  ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ।

Related Articles

Leave a Reply

Your email address will not be published. Required fields are marked *

Back to top button