ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ୱକର୍ମା ପୂଜା ଅବସରରେ ଯୋଜନାର ଶୁଭାରମ୍ଭ କରାଯାଇଛି। କୌଳିକ ବୃତ୍ତିକୁ ପ୍ରୋତ୍ସାହିତ ତଥା ସହଯୋଗ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏପରି ଏକ ନିଷ୍ପତ୍ତି ନେଇଛନ୍ତି। ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ। ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ ସରକାର। ୧୮ ବର୍ଗର କୌଳିକ ବୃତ୍ତିଧାରୀଙ୍କୁ ମିଳିବ ଏହି ସୁବିଧା। ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ କରିବେ କେନ୍ଦ୍ର ସରକାର।