୭ ତାରିଖ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର : ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ହେବା ଆରମ୍ଭ ହୋଇଛି । ଟ୍ରପଲାଇନ ପ୍ରଭାବରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଗକୁ ବର୍ଷା ଆହୁରି ବଢ଼ିବା ସହ ବିଜୁଳି ଘଡ଼ଘଡ଼ି ହେବ । କୁଆପଥର ବର୍ଷା ସାଙ୍ଗକୁ ଝଟକା ପବନ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ବହିବ । ୭ ତାରିଖ ଯାଏଁ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ଏଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ । ସେହିପରି ଆସନ୍ତାକାଲି ଅର୍ଥାତ ୨ ତାରିଖରେ ମଧ୍ୟ ବର୍ଷା ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଯାହାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ କୁଆପଥର ବର୍ଷା ହେବ । ସେହିପରି ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ବଢ଼ି ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ବହିବ । ଯାହାକୁ ନେଇ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପରେ ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନର ବେଗ ୩୦ରୁ ୪୦ କିମି ରହିବ । ୪ ତାରିଖରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆହୁରି ବଢ଼ିବ । ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯିବା ସହ ଲୋକମାନଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏସବୁ ଜିଲ୍ଲାରେ କୁଆପଥର ବର୍ଷା ସହ ପବନ ଘଣ୍ଟାପ୍ରତି ବେଗ ୫୦ରୁ ୬୦କମି ରହିବ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ଘଣ୍ଟାପ୍ରତି ବେଗ ୫୦ରୁ ୬୦କମି ରହିବ । ଏହାସହ ବୌଦ୍ଧ, କନ୍ଧମାଳ ଓ ଢେଙ୍କାନାଳରେ ପବନର ବେଗ ୪୦-୫୦ କିମି ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପେଟ ୫ ତାରିଖରୁ ୭ ତାରିଖ ଯାଏଁ ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଓ ୫ଟି ଷ୍ଟେସନରେ ୪୧ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ବୌଦ୍ଧ ଓ ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୯.୦ ଡିଗ୍ରୀ ରେକର୍ଡ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button