ରାଜ୍ୟରେ ୭ ଯାଏଁ ବର୍ଷା

ଭୁବନେଶ୍ୱର : ଓଡ଼ିଶାରେ ୭ ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗି ରହିବ। କିଛି ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୫୦-୬୦ କିମି ରହିବ। ଯାହାକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ଆର୍ଥାତ ଏପ୍ରିଲ ୧ ତାରିଖରେ ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ। ସେହିପରି ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ। ଯାହାକୁ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି। ସେପଟେ ୨ରେ ମଧ୍ୟ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ପାଇଁ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଜିଲ୍ଲାଗୁଡ଼ିକ ହେଉଛି, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ୩ ତାରିଖ ବେଳକୁ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ମଧ୍ୟ ବଢ଼ିବ। ଘଣ୍ଟାପ୍ରତ ପବନର ବେଗ ୪୦ରୁ ୫୦ କିମି ରହିବ। ଏଥିପାଇଁ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୪ ତାରିଖ ବେଳକୁ ପବନରେ ବେଗ ଆହୁରି ବଢ଼ିବ କିଛି ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୫୦ରୁ ୬୦ କିମି ରହିବ। ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ସମ୍ବଲପୁର, ବଲାଙ୍ଗୀର, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ୩୦ରୁ ୪୦ କିମି ରହିବ। ୫ ତାରିଖରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ। ଏହାସହ କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ତାରିଖ ବେଳକୁ ବର୍ଷାର ପରିମାଣ କମିବ। ୭ ତାରିଖରେ ମଧ୍ୟ ଗଜପତି, ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଟି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ଉପରେ ଓ ୯ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିଲା। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୧.୮ ଡିଗ୍ରୀ ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୮.୦ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱର ୩୮.୧ ଓ କଟକରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।